ଭୁବନେଶ୍ୱର:ପୂର୍ବ ସରକାର ନିଜର ରାଜନୈତିକ ସ୍ୱାର୍ଥ ପାଇଁ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରଖି ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ସ୍ୱରକୁ ଚାପି ଦେଇଥିଲେ। କିନ୍ତୁ ଆମେ ଛାତ୍ର ସମାଜକୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି, ସଫଳତାର ସହ ନିର୍ବାଚନ ପରିଚାଳନା କରିଛୁ ଏବଂ କ୍ୟାମ୍ପସରେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା କରିଛୁ।
ଏହି ଅବସରରେ ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଛାତ୍ରଛାତ୍ରୀଙ୍କ ଆଶା, ଆକାଂକ୍ଷା ତଥା ସେମାନଙ୍କ ସ୍ୱରକୁ ସମ୍ମାନ ଜଣାଇ ଆପଣମାନେ ନିଜ ନିଜର ଦାୟିତ୍ୱକୁ ନିଷ୍ଠା ଓ ସଚ୍ଚୋଟତାର ସହ ତୁଲାଇବେ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ। କ୍ୟାମ୍ପସରେ ଶୃଙ୍ଖଳା, ଶୈକ୍ଷିକ ବାତାବରଣ, ଏକତା ଓ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରାକୁ ଆହୁରି ସୁଦୃଢ଼ କରି ଏକ ବିକଶିତ ଓଡ଼ିଶା ଗଠନରେ ଆପଣମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ।
ସମସ୍ତ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ସଫଳ କାର୍ୟ୍ୟକାଳ କାମନା କରୁଛି।
